Laxmi Purana Book (Manabasa Gurubar Book)
The Lakshmi Purana is an Odia text written in the 15th century by Balarama Dasa, a major poet of Odia literature. The goddess Lakshmi embarks on a journey outside her shrine of Puri, observing that many were heedless of the fact that it was a holy occasion dedicated to her. Taking the disguise of a Brahmin woman, she offers instructions to a rich trader’s wife regarding rituals for her worship.
ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କୁ ମାଣବସା ଗୁରୁବାର ବାବଦରେ ଜଣାଇ ଦେଶ ଭ୍ରମଣରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଦଳିତ ନାରୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖିବା ଦେଖି ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ ।
ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଦଳିତମାନଙ୍କୁ ଅଛୁଆଁ ଭାବେ ଗଣା ଯାଉଥିବାରୁ ଜଣେ ଦଳିତ ଲୋକର ଘରେ ପାଦ ଦେଇଥିବାକୁ ଅପରାଧ ବିବେଚନା କରି ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ତାଳବେତାଳ ନାମକ ଆଉ ଏକ ପ୍ରାସାଦ ଗଢ଼ାହେଲା । ଲକ୍ଷ୍ମୀ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ । ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ । ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।